Biblia Todo Logo
Bib sou entènèt

- Piblisite -




ଯିଶାଇୟ 47:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ଵ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।

Gade chapit la Kopi

ଓଡିଆ ବାଇବେଲ

9 ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।

Gade chapit la Kopi

ପବିତ୍ର ବାଇବଲ

9 ଏ ଉଭୟ ଘଟଣା ସହସା ଏକ ମୁହୂର୍ତ୍ତରେ ଘଟିବ। ପ୍ରଥମେ ସନ୍ତାନ ବିରହ ଓ ପରେ ବୈଧବ୍ୟ ତୁମ୍ଭ ପ୍ରତି ଘଟିବ। ତୁମ୍ଭର ଅପାର ଶକ୍ତିଶାଳୀ କୌଶଳ ଓ ମାୟାବୀତ୍ୱ କିଛି ସାହାଯ୍ୟ କରିବ ନାହିଁ। ଏ ଦୁଇଟି ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।

Gade chapit la Kopi




ଯିଶାଇୟ 47:9
26 Referans Kwoze  

ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।


ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ରାଜା ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍‍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”


ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।


ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍‍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।


ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।


ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।


ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା।


ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।


ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।” ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।”


ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।


ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି; ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଅଛି; ସେ ଲଜ୍ଜିତା ଓ ହତାଶା ହୋଇଅଛି; ପୁଣି, ସେମାନଙ୍କର ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ସମ୍ମୁଖରେ ଖଡ୍ଗରେ ସମର୍ପଣ କରିବା,” ଏହା ସଦାପ୍ରଭୁ କହନ୍ତି।


ସେହି ରାତ୍ରିରେ କଲ୍‍ଦୀୟମାନଙ୍କର ରାଜା ବେଲ୍‍ଶତ୍ସର ବଧ କରାଗଲା।


Swiv nou:

Piblisite


Piblisite