Biblia Todo Logo
Bib sou entènèt

- Piblisite -




ଯିଶାଇୟ 48:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଃ, ତୁମ୍ଭେ ଯେବେ ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତଣ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;

Gade chapit la Kopi

ଓଡିଆ ବାଇବେଲ

18 ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥା’ନ୍ତ ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥା’ନ୍ତା;

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭେ ଯଦି ଆମ୍ଭର ଆଜ୍ଞା ପାଳନ କରିଥା’ନ୍ତ, ତେବେ ତୁମ୍ଭର ଶାନ୍ତି ନଦୀତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ତୁମ୍ଭ ନିକଟକୁ ଆସିଥା’ନ୍ତା।

Gade chapit la Kopi




ଯିଶାଇୟ 48:18
19 Referans Kwoze  

ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।


ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।


ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।


ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ।


ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।


କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।


ମାତ୍ର ନ୍ୟାୟବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।


“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।


ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦ-ନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।


ଯାକୁବକୁ ଲୁଟିତ ସ୍ୱରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକମାନଙ୍କ ହସ୍ତରେ କିଏ ସମର୍ପଣ କଲେ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି?


ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।


କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।


ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।


ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।


Swiv nou:

Piblisite


Piblisite