Biblia Todo Logo
Bib sou entènèt

- Piblisite -




ଯିଶାଇୟ 48:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା।

Gade chapit la Kopi

ଓଡିଆ ବାଇବେଲ

19 ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥା’ନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥା’ନ୍ତା।

Gade chapit la Kopi

ପବିତ୍ର ବାଇବଲ

19 ପୁଣି ତୁମ୍ଭେ ଯଦି ଆମ୍ଭର ଆଜ୍ଞାକୁ ଅବଧାନ କରିଥା’ନ୍ତ ତେବେ ତୁମ୍ଭର ବଂଶ ବାଲୁକା ତୁଲ୍ୟ ଓ ତୁମ୍ଭର ସନ୍ତାନଗଣ ବାଲୁକା କଣା ତୁଲ୍ୟ ହୋଇଥା’ନ୍ତେ। ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିମ୍ବା ବିନଷ୍ଟ ହୋଇ ନ ଥା’ନ୍ତା।”

Gade chapit la Kopi




ଯିଶାଇୟ 48:19
22 Referans Kwoze  

କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।


ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;


ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”


ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।”


ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍‍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;


କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି।


“ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ରକନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।


ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା, ସଦାପ୍ରଭୁ କହନ୍ତି, ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”


ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।


ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ ନାମ ଲୁପ୍ତ ହେଉ।


ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।


ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;


ଆହୁରି ନିଜ ଭ୍ରାତୃଗଣ ମଧ୍ୟରୁ ଓ ନିଜ ବସତି ସ୍ଥାନର ଦ୍ୱାରରୁ ସେହି ମୃତ ବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ସ୍ତ୍ରୀ ମୋୟାବ ଦେଶୀୟା ରୂତକୁ ନିଜ ସ୍ତ୍ରୀ ରୂପେ ଲାଭ କଲି ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।”


କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?”


ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।


ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ।


କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;


ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ।


କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ।


ଆମ୍ଭଙ୍କୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।”


Swiv nou:

Piblisite


Piblisite