Biblia Todo Logo
Bib sou entènèt

- Piblisite -




ଯିଶାଇୟ 49:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ଵଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ଵରୂପ ନିଯୁକ୍ତ କରିବା;

Gade chapit la Kopi

ଓଡିଆ ବାଇବେଲ

8 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;

Gade chapit la Kopi

ପବିତ୍ର ବାଇବଲ

8 ସଦାପ୍ରଭୁ କୁହନ୍ତି, “ଆମ୍ଭେ ଯେଉଁ ସମୟରେ ଦୟା ଦେଖାଇବା କଥା ସେହି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ। ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିଅଛୁ। ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାରର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ଚୁକ୍ତି ସ୍ୱରୂପ ନିଯୁକ୍ତ କରିବା।

Gade chapit la Kopi




ଯିଶାଇୟ 49:8
31 Referans Kwoze  

କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।


“ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,


ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।


ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।


ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।


ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।


ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ‘ତୁମ୍ଭେ ଆମ୍ଭର ଲୋକ,’ ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।”


ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ‘ସେହି ସବୁ ପୁନଃନିର୍ମିତ ହେବ,’ ‘ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;’


ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।


କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ।


କାରଣ ନିଶ୍ଚୟ ଏବେ ତୁମ୍ଭେ, “ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ।


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।


ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। [ସେଲା]


ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।


କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି।


“ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।


କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।


ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା।


ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।


ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।


ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?


ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;


ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।


Swiv nou:

Piblisite


Piblisite