Biblia Todo Logo
Bib sou entènèt

- Piblisite -




ଯିଶାଇୟ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ଵ କରନ୍ତି, ସେମାନେ ସନ୍ତାପର ପାତ୍ର !

Gade chapit la Kopi

ଓଡିଆ ବାଇବେଲ

11 ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର !

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭେମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠ, ବିଳମ୍ବ ରାତ୍ରି ପର୍ଯ୍ୟନ୍ତ ଉଜାଗର ରହି ସୁରାରେ ଉନ୍ମତ୍ତ ହୁଅ।

Gade chapit la Kopi




ଯିଶାଇୟ 5:11
21 Referans Kwoze  

ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।


ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;


ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।


ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।


କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।


“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;


ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!


ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର!


ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ।


ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।


ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କʼଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କʼଣ ତହିଁର ଆସ୍ୱାଦ ପାଇ ପାରେ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ?


ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”


ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।


ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;


ପ୍ରତ୍ୟେକେ କହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”


ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।”


Swiv nou:

Piblisite


Piblisite