Biblia Todo Logo
Bib sou entènèt

- Piblisite -




ଯିଶାଇୟ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେମାନଙ୍କ ଭୋଜିରେ ବୀଣା ଓ ନେବଲ, ତବଲା ଓ ବଂଶୀ ଓ ଦ୍ରାକ୍ଷାରସ ଥାଏନ୍ତ ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭେମାନେ ଭୋଜିର ଦ୍ରାକ୍ଷାରସ, ବୀଣା, ତବଲା ବଂଶୀ ଏବଂ ଅନ୍ୟାନ୍ୟ ବାଦ୍ୟଯନ୍ତ୍ର ରଖିଥାଅ। ମାତ୍ର ସଦାପ୍ରଭୁଙ୍କର କାର୍ଯ୍ୟ ଲକ୍ଷ୍ୟ କର ନାହିଁ। ସଦାପ୍ରଭୁଙ୍କର ହସ୍ତ ବହୁ ଜିନିଷ ତିଆରି କରିଛି ମାତ୍ର ତୁମ୍ଭେମାନେ ତାହା ଲକ୍ଷ୍ୟ କର ନାହିଁ। ତେଣୁ ଏହା ତୁମ୍ଭମାନଙ୍କ ପାଇଁ ସନ୍ତାପର କାରଣ ହେବ।

Gade chapit la Kopi




ଯିଶାଇୟ 5:12
20 Referans Kwoze  

ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ।


କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ଓ ତାହାଙ୍କର କୌଣସି ମାର୍ଗ ଆଦର କରିବାକୁ ଅନିଚ୍ଛୁକ ହେଲେ;


ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;


ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।


“ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;


ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”


ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”


ତୁମ୍ଭେ ମୋତେ ପ୍ରବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ? କାହିଁକି ମୋତେ ସମ୍ବାଦ ଦେଲ ନାହିଁ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି, ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାʼନ୍ତି।


ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ୱରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କଅଣ ବାଜୁଅଛି ବା ବୀଣାରେ କଅଣ ବାଜୁଅଛି, ତାହା କିପରି ଜଣାଯିବ?


କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।


ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କʼଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କʼଣ ତହିଁର ଆସ୍ୱାଦ ପାଇ ପାରେ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ?


ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି।


ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;


ପ୍ରତ୍ୟେକେ କହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”


ପୁଣି, ଆମ୍ଭେ ତୁମ୍ଭର ଗାୟନ ଶବ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ୱନି ଆଉ ଶୁଣାଯିବ ନାହିଁ।


Swiv nou:

Piblisite


Piblisite