Biblia Todo Logo
Bib sou entènèt

- Piblisite -




ଯିଶାଇୟ 5:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏହିହେତୁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ ଓ ସେମାନଙ୍କର ଲୋକାରଣ୍ୟ ଓ ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯା’ନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ତା'ପରେ ସେମାନେ ମୃତ୍ୟୁବରଣ କରିବେ। ସିୟୋନ ମୃତ୍ୟୁର ସ୍ଥାନ ହେବ ଓ ସେ ଅଧିକରୁ ଅଧିକ ଲୋକ ଗିଳି ପକାଇବ। ସେହି ମୃତ୍ୟୁର ସ୍ଥାନ ତା'ର ଅପରିମିତ ମୁଖ ବିସ୍ତାର କରିବ, ମୂଲ୍ୟବାନ ଲୋକ, ସାଧାରଣ ଲୋକ ଏବଂ ଖୁସୀମିଜାସିଆଲୋକ ତା’ ଦ୍ୱାରା ଜାଲରେ ଧରା ପଡ଼ିବେ।”

Gade chapit la Kopi




ଯିଶାଇୟ 5:14
26 Referans Kwoze  

“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;


ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।”


ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି, ଓ ଅଗ୍ନି ଯେ କହେ ନାହିଁ, ଯଥେଷ୍ଟ ହେଲା।


ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।


ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ।


ମୃତ୍ୟୁୁ ସେମାନଙ୍କୁ ହଠାତ୍‍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସ ସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।


କାରଣ ତୋଫତ୍‍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।


ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି।


ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା।


ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି।


ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;


ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।


ସେହି ରାତ୍ରିରେ କଲ୍‍ଦୀୟମାନଙ୍କର ରାଜା ବେଲ୍‍ଶତ୍ସର ବଧ କରାଗଲା।


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।


ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି।


ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।


Swiv nou:

Piblisite


Piblisite