Biblia Todo Logo
Bib sou entènèt

- Piblisite -




ଯିଶାଇୟ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶଗଡ଼ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶକଟ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର !

Gade chapit la Kopi

ଓଡିଆ ବାଇବେଲ

18 ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶଗଡ଼ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର !

Gade chapit la Kopi

ପବିତ୍ର ବାଇବଲ

18 ସେହି ଲୋକମାନଙ୍କୁ ଲକ୍ଷ୍ୟ କର। ଲୋକମାନେ ଶକଟ ରଜ୍ଜୁରେ ଟାଣିଲା ପରି ସେମାନେ ଅସାରତା ରୂପକ ରଜ୍ଜୁରେ ଅପରାଧ ଓ ପାପକୁ ପଛରୁ ଟାଣନ୍ତି।

Gade chapit la Kopi




ଯିଶାଇୟ 5:18
23 Referans Kwoze  

ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”


ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;


କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।


ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି।


ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।


ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।


ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?


ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”


ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।


ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”


ତହିଁରେ ମୀଖା କହିଲା, ମୁଁ ଜାଣେ, ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ମୋହର ଯାଜକ ହେବା ପାଇଁ ମୁଁ ଜଣେ ଲେବୀୟକୁ ପାଇଲି।


ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା।


ଏଥିଉତ୍ତାରେ ଯିହୁଦୀ ନଳାକାର ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ନଳାକାର ପୁସ୍ତକ ଭସ୍ମସାତ୍‍ ହେଲା।


ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।


Swiv nou:

Piblisite


Piblisite