Biblia Todo Logo
Bib sou entènèt

- Piblisite -




ଯିଶାଇୟ 5:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେମାନେ କହନ୍ତି, ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ଵରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ଵରୂପଙ୍କର ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।

Gade chapit la Kopi

ଓଡିଆ ବାଇବେଲ

19 ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”

Gade chapit la Kopi

ପବିତ୍ର ବାଇବଲ

19 ସେହି ଲୋକମାନେ କୁହନ୍ତି, “ଆମ୍ଭେମାନେ ଇଚ୍ଛା କରୁଛୁ ଯେ ପରମେଶ୍ୱର ତାଙ୍କର ଯୋଜନାମୂଳକ କାର୍ଯ୍ୟ ତ୍ୱରାନ୍ୱିତ କରନ୍ତୁ। ତା'ପରେ ଆମ୍ଭେମାନେ କ’ଣ ଘଟିବ ଜାଣିବୁ। ଆମ୍ଭେମାନେ ଆଶା କରୁ ପରମେଶ୍ୱରଙ୍କ ଇଚ୍ଛା ତୁରନ୍ତ ଘଟୁ। ତାହାହେଲେ ତାଙ୍କର ଇଚ୍ଛା କ’ଣ ଆମ୍ଭେମାନେ ଜାଣି ପାରିବୁ।”

Gade chapit la Kopi




ଯିଶାଇୟ 5:19
13 Referans Kwoze  

“ହେ ମନୁଷ୍ୟ-ସନ୍ତାନ, ‘କାଳ ବିଳମ୍ବ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି?’


ଦେଖ, ସେମାନେ ମୋତେ କୁହନ୍ତି, “ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।”


ପୁଣି, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ’ ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ।


“ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ବର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଅଛି।


ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇଅଛି? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି?


ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।


ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”


ଏଥିଉତ୍ତାରେ ଯିହୁଦୀ ନଳାକାର ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ନଳାକାର ପୁସ୍ତକ ଭସ୍ମସାତ୍‍ ହେଲା।


ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?”


ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ? ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି, ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି?” ଏପରି କହି କ୍ଳାନ୍ତ କରୁଅଛ।


Swiv nou:

Piblisite


Piblisite