Biblia Todo Logo
Bib sou entènèt

- Piblisite -




ଯିଶାଇୟ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ତ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।

Gade chapit la Kopi

ପବିତ୍ର ବାଇବଲ

2 ମୋର ପ୍ରିୟତମ କ୍ଷେତଟିକୁ ଖୋଳି ପଥର ପରିଷ୍କାର କଲେ। ସେଥିରେ ଅତି ଉତ୍ତମ ଦ୍ରାକ୍ଷାଲତା ରୋପଣ କଲେ। ସେ କ୍ଷେତର ମଧ୍ୟଭାଗରେ ଗୋଟିଏ ସୁନ୍ଦର ଏବଂ ଉଚ୍ଚଗୃହ ନିର୍ମାଣ କଲେ ଏବଂ ସେ ଦ୍ରାକ୍ଷାକୁଣ୍ଡ ତିଆରି କଲେ। ସେ ଭଲ ଅଙ୍ଗୁର ଧରିବା ପାଇଁ ଅପେକ୍ଷା କଲେ, କିନ୍ତୁ ଉତ୍ତମ ପରିବର୍ତ୍ତେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।

Gade chapit la Kopi




ଯିଶାଇୟ 5:2
31 Referans Kwoze  

ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?


କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?


ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା।


ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ କରାଯାଇଅଛି, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;


ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ।


ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।


ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା।


ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବକାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ।


ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।


ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।


ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।


ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।


ଏଉତ୍ତାରେ ସେ ସୋରେକ୍‍ ଉପତ୍ୟକାରେ ଏକ ସ୍ତ୍ରୀକୁ ପ୍ରେମ କଲା, ତାହାର ନାମ ଦଲୀଲା।


ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।


କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।


କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ?


“ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।


ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ।


ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଶାସିତ ହେବେ ନାହିଁ;


ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ତାହା ରୋପଣ କଲ।


ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।


ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”


Swiv nou:

Piblisite


Piblisite