Biblia Todo Logo
Bib sou entènèt

- Piblisite -




ଯିଶାଇୟ 5:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ର!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ରଣ!

Gade chapit la Kopi

ଓଡିଆ ବାଇବେଲ

20 ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ର !

Gade chapit la Kopi

ପବିତ୍ର ବାଇବଲ

20 ସେହି ଲୋକମାନେ ଭଲକୁ ମନ୍ଦ ଓ ମନ୍ଦକୁ ଭଲ କୁହନ୍ତି। ପୁଣି ସେମାନେ ଅନ୍ଧକାରକୁ ଆଲୋକ ଓ ଆଲୋକକୁ ଅନ୍ଧକାର ଚିନ୍ତା କରନ୍ତି ଓ ମଧୁରକୁ ତିକ୍ତ ଓ ତିକ୍ତକୁ ମଧୁର ମନେ କରନ୍ତି, ସେମାନେ ସନ୍ତାପର ପାତ୍ର।

Gade chapit la Kopi




ଯିଶାଇୟ 5:20
23 Referans Kwoze  

ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।


ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ? ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି, ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି?” ଏପରି କହି କ୍ଳାନ୍ତ କରୁଅଛ।


ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।


କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।


ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍‍କାରୀମାନେ;


ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।’”


ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।


ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;


ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।


ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।


ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।


ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।


ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର-ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।


ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।


ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।


ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;


Swiv nou:

Piblisite


Piblisite