Biblia Todo Logo
Bib sou entènèt

- Piblisite -




ଯିଶାଇୟ 5:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନିଶିଖାରେ ଭସ୍ମସାତ୍‍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଥି ନିମନ୍ତେ ଅଗ୍ନିର ଜିହ୍ଵା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍ ହୁଏ, ସେପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

24 ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍‍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

24 ସେହି ଲୋକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ। ସେମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବରେ ପୋଛି ହୋଇଯିବେ, ଯେପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିରେ ପୋଡ଼ି ଭସ୍ମ ହୋଇଯାଏ। ଯେପରି ବୃକ୍ଷର ମୂଳ ସଢ଼ିଯାଇ ଧୂଳି ହୋଇଯାଏ ଓ ପୁଷ୍ପ ଅଗ୍ନିରେ ଭସ୍ମୀଭୂତ ହୋଇ ତା'ର ପାଉଁଶ ପବନରେ ଉଡ଼ିଯାଏ ସେହିପରି ସେମାନଙ୍କର ବଂଶଧର ଧ୍ୱଂସ ପାଇଯିବେ। କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କର ଶିକ୍ଷାସମୂହକୁ ଅବଜ୍ଞା କରିଛନ୍ତି ଓ ଇସ୍ରାଏଲର ପବିତ୍ର ପରମେଶ୍ୱରଙ୍କ ବାକ୍ୟକୁ ଅଗ୍ରାହ୍ୟ କରିଛନ୍ତି।

Gade chapit la Kopi




ଯିଶାଇୟ 5:24
44 Referans Kwoze  

ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;


ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ।


ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ।


ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।


ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।


କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;


ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେ ଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ; ତୁମ୍ଭେ ଆପଣା କ୍ରୋଧାଗ୍ନି ପଠାଅ, ତାହା ସେମାନଙ୍କୁ ନଡ଼ା ପରି ଗ୍ରାସ କରେ।


ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।


“‘ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।’”


ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ।


ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।


କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ବରଙ୍କ ଯୋଜନା ଅଗ୍ରାହ୍ୟ କଲେ।


ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ପରିଷ୍କାର କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”


କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।


ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।


ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ।


ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର?


ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।


“ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;


କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।


ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରିଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”


ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”


ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!


ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।


ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।


ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।’”


ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।


ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।


ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।


ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।


ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।


ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।


ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ।


ତାହାର ଚେର ପ୍ରସ୍ତରରାଶିରେ ଜଡ଼ିତ ହୁଏ, ସେ ପ୍ରସ୍ତରର ସ୍ଥଳ ଦେଖେ।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା।


ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;


Swiv nou:

Piblisite


Piblisite