Biblia Todo Logo
Bib sou entènèt

- Piblisite -




ଯିଶାଇୟ 5:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ପୁଣି, ସେମାନେ ସେହିଦିନ ସମୁଦ୍ରର ଗର୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜନ କରିବେ; ତହିଁରେ ଯେବେ କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି ସେସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।

Gade chapit la Kopi

ଓଡିଆ ବାଇବେଲ

30 ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।

Gade chapit la Kopi

ପବିତ୍ର ବାଇବଲ

30 ତେଣୁ “ସିଂହ” ଗର୍ଜନର ରବ, ସମୁଦ୍ର ଗର୍ଜନ ସଦୃଶ ସେମାନେ ଲୋକମାନଙ୍କ ଉପରେ ଗର୍ଜନ କରିବେ। ବନ୍ଦୀମାନେ ଯେତେବେଳେ ଗ୍ଭହିଁବେ ସେତେବେଳେ ସେମାନେ କେବଳ ଅନ୍ଧକାର ଦେଖିବେ। ସମସ୍ତ ଦୀପ୍ତି ଗ୍ଭଲିଯାଇ କେବଳ ଘନ ମେଘମାଳାରେ ଅନ୍ଧକାର ହୋଇଥିବେ।

Gade chapit la Kopi




ଯିଶାଇୟ 5:30
24 Referans Kwoze  

ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।


ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।


ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଚଟବସ୍ତ୍ର ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ପରି ହେଲା,


“ମାତ୍ର ସେହି ସମୟର କଷ୍ଟ ପରେ ‘ହଠାତ୍‍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।’


ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”


କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।


ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।


ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇ ଅଛନ୍ତି।


ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଗୋ ବାବିଲର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।


ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;


ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।


ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!


ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।


ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଚ୍ଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।


ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେମାନେ କମ୍ପିବାର ଓ ଭୟର ଶବ୍ଦ ଶୁଣିଅଛୁ, କିନ୍ତୁ ଶାନ୍ତିର ଶବ୍ଦ ନୁହେଁ।


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।


ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।


Swiv nou:

Piblisite


Piblisite