Biblia Todo Logo
Bib sou entènèt

- Piblisite -




ଯିଶାଇୟ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, “ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, ନିଶ୍ଚୟ ଅନେକ ଗୃହ ଧ୍ଵଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ।

Gade chapit la Kopi

ଓଡିଆ ବାଇବେଲ

9 ସୈନ୍ୟାଧିପତି ସଦାପ୍ରଭୁ ମୋ’ କର୍ଣ୍ଣରେ କହନ୍ତି, ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ।

Gade chapit la Kopi

ପବିତ୍ର ବାଇବଲ

9 ସର୍ବଶକ୍ତିମାନ ସଦାପ୍ରଭୁ ଏହା ମୋତେ କହିଲେ ଏବଂ ମୁଁ ଏହା ତାଙ୍କଠାରୁ ଶୁଣିଥିଲି, “ବର୍ତ୍ତମାନ ବହୁତ ଘର ଅଛି ମାତ୍ର ମୁଁ ପ୍ରତିଜ୍ଞା କରିଛି ସେ ସମସ୍ତ ଧ୍ୱଂସ ହେବ। ଯେଉଁ ସୁନ୍ଦର ଓ ବୃହତ୍ ଗୃହମାନ ଅଛି ସେ ସବୁ ନିବାସଶୂନ୍ୟ ହେବ।

Gade chapit la Kopi




ଯିଶାଇୟ 5:9
14 Referans Kwoze  

ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି।


ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;


ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, “ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ,” ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।


କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ।


କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ।


କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେହି ସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି, ବୃକ୍ଷର ଶାଖାସବୁ ଗ୍ରାସ କରିବ।


ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।


ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।


ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।


ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା।


ଯାହା ସେ ଗ୍ରାସ କଲା ନାହିଁ, ଏପରି କିଛି ନ ଥିଲା; ଏହେତୁ ତାହାର ସୁଦଶା ସ୍ଥାୟୀ ରହିବ ନାହିଁ।


ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।


Swiv nou:

Piblisite


Piblisite