Biblia Todo Logo
Bib sou entènèt

- Piblisite -




ଯିଶାଇୟ 50:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଡାକିଲା ବେଳେ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକି ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।

Gade chapit la Kopi

ଓଡିଆ ବାଇବେଲ

2 ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।

Gade chapit la Kopi

ପବିତ୍ର ବାଇବଲ

2 ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।

Gade chapit la Kopi




ଯିଶାଇୟ 50:2
46 Referans Kwoze  

ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”


ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।”


ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।


ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”


ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।


ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;


ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।


ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।


ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।


ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବେ ଓ ସେମାନଙ୍କର ଗୃହ ଖତରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।”


ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”


ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।


ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ।”


ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା।


ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;


ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦ-ନଦୀକୁ ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା।


ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।


ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା।


ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ।’”


ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।


ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।


ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?”


ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।


ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି?


ଯେ ସମୁଦ୍ରକୁ, ମହାବାରିଧିର ଜଳସମୂହକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ନିମନ୍ତେ ସମୁଦ୍ରର ଗଭୀର ସ୍ଥାନକୁ ପଥ କଲେ, ସେ କି ତୁମ୍ଭେ ନୁହଁ?


ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ।


ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”


ପୁଣି, ସମୁଦ୍ର ଜଳଶୂନ୍ୟ ହେବ ଓ ନଦୀ କ୍ଷୟ ପାଇ ଶୁଷ୍କ ହେବ।


ସେ ନଦ-ନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି।


ଏହେତୁ ହିଜକୀୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ୱାସ କର ନାହିଁ; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଓ ମୋʼ ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରିପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ୱର କି ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ?”


ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।


ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ‘ହାୟ ହାୟ, ମୁଁ କʼଣ କରିଅଛି! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ;’ ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।


ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।


ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;


ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ।


ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି।


ଆମ୍ଭେ ଅଗାଧ ଜଳକୁ କହୁ, ‘ଶୁଷ୍କ ହୁଅ; ପୁଣି ଆମ୍ଭେ ତୁମ୍ଭର ନଦ-ନଦୀସବୁ ଶୁଷ୍କ କରିବା;’


କାରଣ ତୁମ୍ଭ ପରମେଶ୍ୱର କହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।


ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ।


ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”


ରେଖବର ପୁତ୍ର ଯିହୋନାଦବ୍‍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।


ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣ ସ୍ୱରୂପ ରଥସମୂହରେ ଆରୋହଣ କଲ?


କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।


Swiv nou:

Piblisite


Piblisite