Biblia Todo Logo
Bib sou entènèt

- Piblisite -




ଯିଶାଇୟ 51:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇଯିବ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।

Gade chapit la Kopi

ପବିତ୍ର ବାଇବଲ

11 ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ, ଆନନ୍ଦ ଗାନ କରି ସିୟୋନରେ ଉପସ୍ଥିତ ହେବେ। ଚିର ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ। ସେମାନେ ଆନନ୍ଦ ଓ ଉଲ୍ଲାସ ପ୍ରାପ୍ତ ହେବେ ଏବଂ ଦୁଃଖ ଶୋକ ସୁଦୂରଗାମୀ ହେବ।

Gade chapit la Kopi




ଯିଶାଇୟ 51:11
29 Referans Kwoze  

ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।


ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।


କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପ୍ରତିପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟରେ ସେମାନଙ୍କୁ କଢ଼ାଇ ନେବେ,” “ପୁଣି, ଈଶ୍ବର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।”


ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।


ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।


କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।


ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ।


ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।


ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।


ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”


ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।


ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।


ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ।


ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।


ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ।


ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।


ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”


Swiv nou:

Piblisite


Piblisite