Biblia Todo Logo
Bib sou entènèt

- Piblisite -




ଯିଶାଇୟ 51:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭମାନଙ୍କ ପିତା ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କରନ୍ତ କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ଵାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।

Gade chapit la Kopi

ଓଡିଆ ବାଇବେଲ

2 ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତେବେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ୱାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।”

Gade chapit la Kopi




ଯିଶାଇୟ 51:2
23 Referans Kwoze  

“ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି।


ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; “ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ହେବ ନାହିଁ।


ସଦାପ୍ରଭୁ ମୋʼ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।


ସେହି ସମୟରେ ଅବ୍ରହାମ ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସଦାପ୍ରଭୁ ଅବ୍ରହାମଙ୍କୁ ସବୁ ବିଷୟରେ ଆଶୀର୍ବାଦ କରିଥିଲେ।


ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମଙ୍କୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍‌ହାକ ଦେଲୁ।


ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।


ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;


ତୁମ୍ଭର ଆଦିପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି।


କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା।


ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି।


ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକ ଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।


ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।


Swiv nou:

Piblisite


Piblisite