Biblia Todo Logo
Bib sou entènèt

- Piblisite -




ଯିଶାଇୟ 51:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହିରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭେମାନେ ଆକାଶମଣ୍ତଳ ପ୍ରତି ଊର୍ଦ୍ଧ୍ଵଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ତଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ତଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ତଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ , ପୁଣି ତନ୍ନିବାସୀଗଣ ସେହି ରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନ; କାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଉର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହି ରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ତୁମ୍ଭେମାନେ ସ୍ୱର୍ଗମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତୁ ତୁଲ୍ୟ ଜୀର୍ଣ୍ଣ ହେବ। ଆଉ ମଧ୍ୟ ପୃଥିବୀବାସୀ ସେହିପରି ମୃତ୍ୟୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମାଗ୍ଭର ଲୁପ୍ତ ହେବ ନାହିଁ।

Gade chapit la Kopi




ଯିଶାଇୟ 51:6
27 Referans Kwoze  

ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।


କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”


ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ।


ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।


ଊର୍ଦ୍ଧ୍ୱଦୃଷ୍ଟି କରି ଦେଖ, ଏହି ସମସ୍ତଙ୍କୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।


ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।


ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।


ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।


ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।


ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।


ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;


ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,


ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର।


ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।


ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ।


କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।


Swiv nou:

Piblisite


Piblisite