Biblia Todo Logo
Bib sou entènèt

- Piblisite -




ଯିଶାଇୟ 51:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବକାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ପୁରୁଷ-ପରମ୍ପରାର ସମୟରେ , ସେପରି ଜାଗ। ଯେ ରାହବକୁ ଖଣ୍ତ ଖଣ୍ତ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ?

Gade chapit la Kopi

ଓଡିଆ ବାଇବେଲ

9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?

Gade chapit la Kopi

ପବିତ୍ର ବାଇବଲ

9 ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସେହିପରି ଜାଗ। ରାହାବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି?

Gade chapit la Kopi




ଯିଶାଇୟ 51:9
40 Referans Kwoze  

ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।


ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଦୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।


ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ।


କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।


ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, ‘ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।’


ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।


ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।


ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।


ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟବିଚାର କର।


ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା।


ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।


ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।


ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।”


ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


“ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ।


ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଙ୍କାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;


ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର! ସେ କି ଶିକ୍ଷା ଦେବ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।


ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?


ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।


ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।


ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।


ଏଥିରେ ଗିଦିୟୋନ୍‍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।


ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?”


ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।


ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।


ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି।


ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।


ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।


ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”


ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗ ସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।


ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।


ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ?


ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।


ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।


ପୁଣି, ଈଶ୍ବର କହିଲେ, ସେମାନେ ଯେଉଁ ଜାତିର ଦାସ ହେବେ, ଆମ୍ଭେ ତାହାର ବିଚାର କରିବା; ତାହା ପରେ ସେମାନେ ବାହାରି ଆସି ଏହି ସ୍ଥାନରେ ଆମ୍ଭର ଉପାସନା କରିବେ।


Swiv nou:

Piblisite


Piblisite