Biblia Todo Logo
Bib sou entènèt

- Piblisite -




ଯିଶାଇୟ 52:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ,

Gade chapit la Kopi

ଓଡିଆ ବାଇବେଲ

14 ମନୁଷ୍ୟ ଅପେକ୍ଷା ତାହାଙ୍କର ଆକୃତି ଓ ମନୁଷ୍ୟ ସନ୍ତାନଗଣ ଅପେକ୍ଷା ତାହାଙ୍କର ରୂପ ଅଧିକ ବିକୃତ ହେବାରୁ ଯେପରି ଅନେକେ ତାହାଙ୍କ ବିଷୟରେ ଚମତ୍କୃତ ହୋଇଥିଲେ,

Gade chapit la Kopi

ପବିତ୍ର ବାଇବଲ

14 “ଅନେକ ଆମ୍ଭର ସେବକକୁ ଦେଖି ବିବ୍ରତ ହେବେ। କାରଣ ତାଙ୍କର ଆକୃତି ମନୁଷ୍ୟ ଆକୃତିଠାରୁ ଏପରି ବିକୃତ ହେବ ଯେ ତାଙ୍କୁ ଅନେକ ମନୁଷ୍ୟ ବୋଲି ଚିହ୍ନିବେ ନାହିଁ।

Gade chapit la Kopi




ଯିଶାଇୟ 52:14
21 Referans Kwoze  

ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।


ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,


ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥାʼନ୍ତି।


ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ।


ପୁଣି, ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁ ପରା ଭାବବାଦୀ! କହ ତ କିଏ ତୋତେ ମାଇଲା?


ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳି କି ଆଣିଅଛ।


ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।


ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ଭିତ ହେଲେ,


ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା। ଏଥିରେ ସେମାନେ ଅତିଶୟ ଆଚମ୍ଭିତ ହୋଇଗଲେ।


ଯୀଶୁ ଏହିସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ,


ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ।


ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ।


ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି।


ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ।


ସେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ଶିଷ୍ୟମାନେ ବିସ୍ମୟାନ୍ୱିତ ଓ ପଛରେ ଆସୁଥିବା ଲୋକେ ଭୀତ ହୋଇଥିଲେ। ଏଣୁ ସେ ପୁନର୍ବାର ବାର ଶିଷ୍ୟଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ।


ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?


Swiv nou:

Piblisite


Piblisite