Biblia Todo Logo
Bib sou entènèt

- Piblisite -




ଯିଶାଇୟ 52:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା।

Gade chapit la Kopi

ଓଡିଆ ବାଇବେଲ

4 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା।”

Gade chapit la Kopi

ପବିତ୍ର ବାଇବଲ

4 ସଦାପ୍ରଭୁ ମୋର ପ୍ରଭୁ କୁହନ୍ତି, “ଆମ୍ଭର ଲୋକମାନେ ପ୍ରବାସ କରିବାକୁ ମିଶର ଯାଇଥିଲେ। ମାତ୍ର ଅଶୂରୀୟମାନେ ବିନା କାରଣରେ ସେମାନଙ୍କ ଉପରେ ଅତ୍ୟାଗ୍ଭର କଲେ।”

Gade chapit la Kopi




ଯିଶାଇୟ 52:4
11 Referans Kwoze  

ଏଉତ୍ତାରେ ସେମାନେ, ଅର୍ଥାତ୍‍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।


ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।


ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।”


ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।


‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି।


ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍‍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।


ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”


ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ।


ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।


Swiv nou:

Piblisite


Piblisite