Biblia Todo Logo
Bib sou entènèt

- Piblisite -




ଯିଶାଇୟ 53:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷୀ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହୋଇ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମେଷ ଶାବକ ତୁଲ୍ୟ ଓ ଲୋମ ଛେଦନକାରୀଙ୍କ ସମ୍ମୁଖରେ ନିରୀହ ମେଷ ତୁଲ୍ୟ ସେ ନିଜର ମୁଖ ଫିଟାଇଲେ ନାହିଁ।

Gade chapit la Kopi




ଯିଶାଇୟ 53:7
17 Referans Kwoze  

କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ବରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ?


ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;


କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ ପରମ-ଧନ୍ୟଙ୍କ ପୁତ୍ର ଖ୍ରୀଷ୍ଟ କି?


ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ନାହିଁ।


ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ।


କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।


ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ବରଙ୍କର ସପ୍ତ ଆତ୍ମା।


ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;


ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷ ତୁଲ୍ୟ ଗଣିତ ହେଉଅଛୁ।


ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।


ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; “ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ,” ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।


ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ।


କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।


ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।


Swiv nou:

Piblisite


Piblisite