Biblia Todo Logo
Bib sou entènèt

- Piblisite -




ଯିଶାଇୟ 54:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ତୁମ୍ଭ ପରମେଶ୍ୱର କହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ତୁମ୍ଭ ପରମେଶ୍ଵର କହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ଵାନ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

6 କାରଣ ତୁମ୍ଭ ପରମେଶ୍ୱର କହନ୍ତି, “ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

6 “କାରଣ ତୁମ୍ଭ ପରମେଶ୍ୱର କୁହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା କିମ୍ବା ଯୌବନକାଳୀନ ପରିତ୍ୟକ୍ତା ଭାର୍ଯ୍ୟାପରି ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।”

Gade chapit la Kopi




ଯିଶାଇୟ 54:6
13 Referans Kwoze  

ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।


ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।


ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର।


ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।


ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।


ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,


ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍‍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ-ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘାʼ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।


Swiv nou:

Piblisite


Piblisite