Biblia Todo Logo
Bib sou entènèt

- Piblisite -




ଯିଶାଇୟ 55:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରିଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରି ଯାଏ ନାହିଁ, ମାତ୍ର ଭୂମିକି ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକି ବୀଜ ଓ ଭୋଜନକାରୀକି ଭକ୍ଷ୍ୟ ଦିଏନ୍ତ

Gade chapit la Kopi

ଓଡିଆ ବାଇବେଲ

10 ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରି ଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;

Gade chapit la Kopi

ପବିତ୍ର ବାଇବଲ

10 “ବୃଷ୍ଟି ଓ ହିମ ଯେପରି ଆକାଶରୁ ପୃଥିବୀକୁ ଆସେ, ପୁନର୍ବାର ଫେରି ଯାଏ ନାହିଁ; ମାତ୍ର ଭୂମିକୁ ସିକ୍ତ କରେ ଓ ତାକୁ ଫଳବତୀ ଓ ତୃଣ ଆଦି ଉତ୍ପନ୍ନ କରାଏ, କୃଷିକାରୀକୁ ବୀଜ ବପନ କରିବାରେ ସାହାଯ୍ୟ କରେ ଓ ଭୋଜନକାରୀକୁ ଶସ୍ୟ ଯୋଗାଏ।

Gade chapit la Kopi




ଯିଶାଇୟ 55:10
13 Referans Kwoze  

ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।


ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।


ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।


ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।


କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।


ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।


ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।


ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”


ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;


ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


Swiv nou:

Piblisite


Piblisite