Biblia Todo Logo
Bib sou entènèt

- Piblisite -




ଯିଶାଇୟ 56:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପାʼନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତାହାର ପ୍ରହରୀଗଣ ଅନ୍ଧ, ସେସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ଵପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପାʼନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପା’ନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ତାହାର ପ୍ରହରୀଗଣ ଅନ୍ଧ, ସେ ସମସ୍ତ ଜ୍ଞାନହୀନ, ସେମାନେ ନିର୍ବାକ ଶ୍ୱାନ, ସେମାନେ ଭୁକିପାରନ୍ତି ନାହିଁ। ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ ଓ ଶୋଇ ରହିବାକୁ ଭଲ ପାଆନ୍ତି।

Gade chapit la Kopi




ଯିଶାଇୟ 56:10
24 Referans Kwoze  

କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।


ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।”


ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।


ମାତ୍ର ସେ ପ୍ରହରୀ ଯଦି ଖଡ୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।


“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।


ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।


ଅର୍ଥାତ୍‍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍‍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ହେଇ, ତୁମ୍ଭ ପ୍ରହରୀଗଣର ରବ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ।


ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।


ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।


ମାତ୍ର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନଃନିର୍ମାଣ କରି ନ ଥିଲେ।


Swiv nou:

Piblisite


Piblisite