Biblia Todo Logo
Bib sou entènèt

- Piblisite -




ଯିଶାଇୟ 56:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମବାର ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁମାନେ ଆମ୍ଭର ବିଶ୍ରାମଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ଵନ କରନ୍ତି;

Gade chapit la Kopi

ଓଡିଆ ବାଇବେଲ

4 କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;

Gade chapit la Kopi

ପବିତ୍ର ବାଇବଲ

4 କାରଣ ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହିକଥା କୁହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି, ପୁଣି ଆମ୍ଭର ଚୁକ୍ତି ଅବଲମ୍ବନ କରନ୍ତି,

Gade chapit la Kopi




ଯିଶାଇୟ 56:4
12 Referans Kwoze  

କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”


ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।


ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ।


ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍‍, ଯେଉଁମାନେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;


ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି? ସେ ମୋʼ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି? ସେ କି ମୋର ରକ୍ଷା କରିବେ ନାହିଁ?


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”


ଏଣୁ ଈଶ୍ବର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,


ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’


ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।”


କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:


ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।


Swiv nou:

Piblisite


Piblisite