Biblia Todo Logo
Bib sou entènèt

- Piblisite -




ଯିଶାଇୟ 56:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍‍, ଯେଉଁମାନେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍, ଯେଉଁମାନେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ଵନ କରନ୍ତି;

Gade chapit la Kopi

ଓଡିଆ ବାଇବେଲ

6 ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍‍, ଯେଉଁମାନେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;

Gade chapit la Kopi

ପବିତ୍ର ବାଇବଲ

6 “କେତେକ ବିଦେଶୀୟ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଏବଂ ତାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି। ସେମାନେ ବିଶ୍ରାମ ଦିନ ପାଳନ କରି ତାହା ଅଶୁଚି କରନ୍ତି ନାହିଁ ଓ ସଦାପ୍ରଭୁଙ୍କର ଚୁକ୍ତି ଅବଲମ୍ବନ କରନ୍ତି।

Gade chapit la Kopi




ଯିଶାଇୟ 56:6
24 Referans Kwoze  

ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’


ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:


ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ଏକ ଜଣ କହିବ, ‘ଆମ୍ଭେ ସଦାପ୍ରଭୁଙ୍କର;’ ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।


ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।


ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ।


ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।


ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ।


ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।


କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।


ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।


ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ପୁଣି, ତୁମ୍ଭେମାନେ ଯଦି ଯତ୍ନପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ।”


ଆହୁରି ଯେ ତୁମ୍ଭର ଇସ୍ରାଏଲ ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ;


Swiv nou:

Piblisite


Piblisite