Biblia Todo Logo
Bib sou entènèt

- Piblisite -




ଯିଶାଇୟ 57:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳା; ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳା; ହେଲ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେ ଦୀର୍ଘପଥ ଯାତ୍ରା ଯୋଗୁଁ ଯଦିଓ କ୍ଳାନ୍ତ ହୋଇଥିଲ, ତଥାପି ତୁମ୍ଭେ ଭରସା ନାହିଁ ବୋଲି କହି ନ ଥିଲ। ତୁମ୍ଭେ ନୂତନ ବଳ ପାଇ ସତେଜ ହେଲ, ତେଣୁ ତୁମ୍ଭେ କ୍ଳାନ୍ତ ଅନୁଭବ କଲ ନାହିଁ।

Gade chapit la Kopi




ଯିଶାଇୟ 57:10
12 Referans Kwoze  

‘ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍‍ଗାମିନୀ ହେବି।’


ମାତ୍ର ସେମାନେ କହନ୍ତି, ‘ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।’


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ଆଉ, ମୁଁ ଏ କ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;


ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ?


ସେ ପରିଶ୍ରମ କରି କରି ଆପଣାକୁ କ୍ଳାନ୍ତ କରିଅଛି; ତଥାପି ତାହାର ମହାକଳଙ୍କ ତାହା ମଧ୍ୟରୁ ଯାଏ ନାହିଁ; ତାହାର କଳଙ୍କ ଅଗ୍ନି ଦ୍ୱାରା ଯାଏ ନାହିଁ।


ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।


ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।


ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।


ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।


Swiv nou:

Piblisite


Piblisite