Biblia Todo Logo
Bib sou entènèt

- Piblisite -




ଯିଶାଇୟ 57:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘ କାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?

Gade chapit la Kopi

ଓଡିଆ ବାଇବେଲ

11 ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ ?

Gade chapit la Kopi

ପବିତ୍ର ବାଇବଲ

11 ତାହାର ସକାଶୁ ଏପରି କ୍ଳେଶ ଓ ଭୀତା ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ଭୁଲି ଯାଇଅଛ? ତୁମ୍ଭେ ସେଥିରେ ନିଜର ମନୋଯୋଗ କରୁ ନାହଁ। ଆମ୍ଭେ କ’ଣ ଦୀର୍ଘକାଳ ପାଇଁ ନୀରବ ରହି ନାହୁଁ? ତୁମ୍ଭେ କ’ଣ ଆମ୍ଭକୁ ଭୟ କରୁ ନାହଁ?

Gade chapit la Kopi




ଯିଶାଇୟ 57:11
27 Referans Kwoze  

ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।


ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।”


ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ-ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇଅଛନ୍ତି।


କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରିଅଛନ୍ତି।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;


ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,


ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?


ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।


ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;


ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’


କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;


ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।


କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।


ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।


ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା।


ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, “କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ,” ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।


ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;” ଏହେତୁ ତୁମ୍ଭେ ଏହିସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।


ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।”


କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍‍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।


ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ।


Swiv nou:

Piblisite


Piblisite