Biblia Todo Logo
Bib sou entènèt

- Piblisite -




ଯିଶାଇୟ 58:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ଵର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।

Gade chapit la Kopi

ଓଡିଆ ବାଇବେଲ

1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।

Gade chapit la Kopi

ପବିତ୍ର ବାଇବଲ

1 ଉଚ୍ଚସ୍ୱରରେ ଘୋଷଣା କର, ସ୍ୱର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସେମାନଙ୍କର ଅଧର୍ମ ବିଷୟରେ ଓ ଯାକୁବ ବଂଶକୁ ସେମାନଙ୍କ ପାପ ସମ୍ବନ୍ଧରେ ଜଣାଅ।

Gade chapit la Kopi




ଯିଶାଇୟ 58:1
37 Referans Kwoze  

ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର। କେହି ତୁମ୍ଭକୁ ତୁଚ୍ଛ ନ କରୁ।


ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।


ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ? ତୁମ୍ଭେ କି ସେମାନଙ୍କର ବିଚାର କରିବ? ସେମାନଙ୍କ ପୂର୍ବପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।


ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପାʼନ୍ତି।


ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା?” ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,


ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।”


ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।


ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ।


ତୁମ୍ଭର ଆଦିପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।


କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;


“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,


ସଦାପ୍ରଭୁ ଆହୁରି ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଅହଲାର ଓ ଅହଲୀବାର ବିଚାର କରିବ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ;


ସେହି ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ୍ଗ ଆସିବାର ଦେଖିଲେ, ଯଦି ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;


“ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”


ଏଥିଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।


ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।”


Swiv nou:

Piblisite


Piblisite