Biblia Todo Logo
Bib sou entènèt

- Piblisite -




ଯିଶାଇୟ 58:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀ-ମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା : କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।

Gade chapit la Kopi

ଓଡିଆ ବାଇବେଲ

14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା : କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।

Gade chapit la Kopi

ପବିତ୍ର ବାଇବଲ

14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; “ପୁଣି ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥାନମାନଙ୍କରେ ଆରୋହଣ କରାଇବା ଆଉ ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା।” କାରଣ ସଦାପ୍ରଭୁଙ୍କ ମୁଖରୁ ଏହା ନିଃସୃତ ହୋଇଅଛି।

Gade chapit la Kopi




ଯିଶାଇୟ 58:14
23 Referans Kwoze  

ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;


କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।


ସେ ଉଚ୍ଚସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।


ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।


ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”


ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।


ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।


ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।


ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।


ସେ କି ସର୍ବଶକ୍ତିମାନ ପରମେଶ୍ୱରଙ୍କଠାରେ ଆନନ୍ଦ କରିବ ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ?


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।


ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।


କାରଣ ସେ କହିଅଛି, ‘ପରମେଶ୍ୱରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ।’


ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋʼ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ‘ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀସକଳ ଆମ୍ଭମାନଙ୍କର ଅଧିକୃତ ହେଲା,’


Swiv nou:

Piblisite


Piblisite