Biblia Todo Logo
Bib sou entènèt

- Piblisite -




ଯିଶାଇୟ 58:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ଵେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ଵରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ଵରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

2 ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ତାହାହେଲେ ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରିବେ ଓ ମୋର ପଥ ବିଷୟରେ ଜାଣିବାକୁ ଚେଷ୍ଟା କରିବେ। ଯେଉଁ ଗୋଷ୍ଠୀୟ ଲୋକେ ପୂଜା କର୍ମ କରିଛନ୍ତି ଓ ନିଜର ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ପୂଜାବିଧାନ ବିଷୟ ଆମ୍ଭକୁ ପଗ୍ଭରନ୍ତି ଓ ପରମେଶ୍ୱରଙ୍କ ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।

Gade chapit la Kopi




ଯିଶାଇୟ 58:2
32 Referans Kwoze  

ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।


ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।


ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ।


ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?


କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍‌ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ।


ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’


“ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍‍, ଅବଶିଷ୍ଟ ଏହି ସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।


ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।


ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।


ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ।


ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।


ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।


ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ।


ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।


ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।


ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,


ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ;’ ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରି ପାରୁ?


ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁ; ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।


ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।


Swiv nou:

Piblisite


Piblisite