Biblia Todo Logo
Bib sou entènèt

- Piblisite -




ଯିଶାଇୟ 58:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେମାନେ କୁହନ୍ତି, ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ? ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଳେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।

Gade chapit la Kopi

ଓଡିଆ ବାଇବେଲ

3 ସେମାନେ କୁହନ୍ତି, “ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ ?” ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।

Gade chapit la Kopi

ପବିତ୍ର ବାଇବଲ

3 ସେମାନେ କୁହନ୍ତି, “ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ? ଆମ୍ଭେମାନେ କାହିଁକି ଆପଣା ପ୍ରାଣକୁ କ୍ଳେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ?” ମାତ୍ର ସଦାପ୍ରଭୁ କୁହନ୍ତି, “ଦେଖ, ତୁମ୍ଭେମାନେ ନିଜର ସୁଖପାଇଁ ଉପବାସ ଦିନ ଉପବାସ କରିଅଛ ଓ ବଳପୂର୍ବକ ନିଜର ଦାସମାନଙ୍କୁ କଷ୍ଟ ଦେଇଅଛ।

Gade chapit la Kopi




ଯିଶାଇୟ 58:3
23 Referans Kwoze  

ତୁମ୍ଭେମାନେ କହିଅଛ, ‘ପରମେଶ୍ୱରଙ୍କର ସେବା କରିବାରେ କି ଲାଭ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ?


ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।


ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।


ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି।


ମାତ୍ର ସେ ପିତାଙ୍କୁ ଉତ୍ତର ଦେଲେ, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଦାସ ପରି ଖଟି ଆସିଅଛି, ପୁଣି, କେବେହେଲେ ତୁମ୍ଭର ଆଜ୍ଞା ଅମାନ୍ୟ କରି ନାହିଁ, ତଥାପି ମୋହର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେହେଲେ ଛେଳି ଛୁଆଟିଏ ସୁଦ୍ଧା ଦେଇ ନାହଁ;


ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।


ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”


ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା।


ସେତେବେଳେ ପରମେଶ୍ୱର ବିଲୀୟମ୍‍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”


“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।


ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।


ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ।


ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;


କାରଣ ସେ କହିଅଛି, ‘ପରମେଶ୍ୱରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ।’


Swiv nou:

Piblisite


Piblisite