Biblia Todo Logo
Bib sou entènèt

- Piblisite -




ଯିଶାଇୟ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇଥିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଥି ଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ତେ ଜ୍ଵଳ; ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ଵାରା ତାହା ନେଇଥିଲେ;

Gade chapit la Kopi

ଓଡିଆ ବାଇବେଲ

6 ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋ’ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇ ଥିଲେ;

Gade chapit la Kopi

ପବିତ୍ର ବାଇବଲ

6 ସେଠାରେ ଯଜ୍ଞବେଦି ଉପରେ ଜ୍ୱଳନ୍ତ ଅଗ୍ନି ଥିଲା। ସେହି ଦୂତଗଣଙ୍କ ମଧ୍ୟରୁ ଜଣେ ଚିମୁଟା ସାହାଯ୍ୟରେ ଗୋଟିଏ ଜ୍ୱଳନ୍ତ କୋଇଲା ଆଣିଲା ଓ ସେହି ଉତ୍ତପ୍ତ ଅଙ୍ଗାର ଧରି ମୋ’ ନିକଟକୁ ଉଡ଼ି ଏଆସିଲା।

Gade chapit la Kopi




ଯିଶାଇୟ 6:6
14 Referans Kwoze  

ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍‍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋʼ ସାକ୍ଷାତରେ ଗଲେ।


ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।


ଏକ ପକ୍ଷରେ ସେ ଦୂତମାନଙ୍କ ବିଷୟରେ କହନ୍ତି, “ସେ ଆପଣା ଦୂତମାନଙ୍କୁ ବାୟୁ ସ୍ୱରୂପ କରନ୍ତି, ପୁଣି, ଆପଣା ସେବକମାନଙ୍କୁ ଅଗ୍ନିଶିଖା ସ୍ୱରୂପ କରନ୍ତି,”


ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ।


ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।


ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା।


ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”


ଏବଂ ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଦାନି ନିର୍ମାଣ କରିବ।


ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;


Swiv nou:

Piblisite


Piblisite