Biblia Todo Logo
Bib sou entènèt

- Piblisite -




ଯିଶାଇୟ 60:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜଗଣ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ଵାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେସବୁ ବନ୍ଦ ନୋହିବ।

Gade chapit la Kopi

ଓଡିଆ ବାଇବେଲ

11 ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭ ନଗରୀର ଦ୍ୱାରଗୁଡ଼ିକ ସର୍ବଦା ଉନ୍ମୁକ୍ତ ରହିବ। ସେଗୁଡ଼ିକ ଦିବାରାତ୍ରି ବନ୍ଦ ହେବ ନାହିଁ। ତେଣୁ ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତା’ ସହିତ ରାଜାମାନେ ତୁମ୍ଭ ନିକଟକୁ ଅଣାଯିବେ।

Gade chapit la Kopi




ଯିଶାଇୟ 60:11
11 Referans Kwoze  

ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।


ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।


ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ୱାର ମଧ୍ୟଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।


ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,


ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ୱାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମବାର କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରସମୂହରେ ନିଯୁକ୍ତ କଲି।


ପୁଣି, ସେହି ଦିନ ସଦାପ୍ରଭୁ ଊର୍ଦ୍ଧ୍ୱରେ ଊର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।


ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର।


ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।


ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”


Swiv nou:

Piblisite


Piblisite