Biblia Todo Logo
Bib sou entènèt

- Piblisite -




ଯିଶାଇୟ 60:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ଵରୂପଙ୍କର ସିୟୋନ ବୋଲି ସମ୍ଵୋଧନ କରିବେ।

Gade chapit la Kopi

ଓଡିଆ ବାଇବେଲ

14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।

Gade chapit la Kopi

ପବିତ୍ର ବାଇବଲ

14 ଯେଉଁମାନେ ତୁମ୍ଭକୁ କଷ୍ଟ ଦେଇଥିଲେ ସେମାନଙ୍କର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହେବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସେମାନେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସେମାନେ ତୁମ୍ଭକୁ ‘ସଦାପ୍ରଭୁଙ୍କର ନଗରୀ ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ’ ବୋଲି ସମ୍ବୋଧନ କରିବେ।

Gade chapit la Kopi




ଯିଶାଇୟ 60:14
22 Referans Kwoze  

ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।


ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”


କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ବରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,


ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”


ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ, ଆଉ, ତୁମ୍ଭେ ଅନ୍ୱେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ।


ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରେ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।”


ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ବରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆପଣା ଈଶ୍ବରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ବରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ।


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।


ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି।


ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା]


ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”


ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।


ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।


ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ‘ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।’


ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଅପମାନ ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦାବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।


ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।”


ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତ ପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’”


ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।


ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।


Swiv nou:

Piblisite


Piblisite