Biblia Todo Logo
Bib sou entènèt

- Piblisite -




ଯିଶାଇୟ 60:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ନୋହିବ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ କାରଣ ସଦାପ୍ରଭୁ ତୁମ୍ଭର ଅନ; କାଳସ୍ଥାୟୀ ଜ୍ୟୋତିଃସ୍ଵରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।

Gade chapit la Kopi

ଓଡିଆ ବାଇବେଲ

20 ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।

Gade chapit la Kopi

ପବିତ୍ର ବାଇବଲ

20 ତୁମ୍ଭର ସୂର୍ଯ୍ୟ ଅସ୍ତମିତ ହେବ ନାହିଁ କିଅବା ତୁମ୍ଭର ଚନ୍ଦ୍ର ଅପସାରିତ ହେବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ୟୋତିଃ ସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।

Gade chapit la Kopi




ଯିଶାଇୟ 60:20
19 Referans Kwoze  

ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।


କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।


ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।


ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?


ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବାମାତ୍ରେ ତୁମ୍ଭକୁ ଉତ୍ତର ଦେବେ।


ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ।


ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।


ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।


ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।


ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।


ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ।


ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ୱ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ କି ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ।


Swiv nou:

Piblisite


Piblisite