Biblia Todo Logo
Bib sou entènèt

- Piblisite -




ଯିଶାଇୟ 63:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? “ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଇଦୋମରୁ, ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ଵିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।

Gade chapit la Kopi

ଓଡିଆ ବାଇବେଲ

1 ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।

Gade chapit la Kopi

ପବିତ୍ର ବାଇବଲ

1 ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ? ନିଜ ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ନିଜ ମହାଶକ୍ତିରେ ଯିଏ ବିଜେ କରୁଛନ୍ତି, ସେ କିଏ? ସଦାପ୍ରଭୁ କୁହନ୍ତି, “ଆମ୍ଭେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”

Gade chapit la Kopi




ଯିଶାଇୟ 63:1
39 Referans Kwoze  

ସେ ରକ୍ତ-ନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ବରଙ୍କ ବାକ୍ୟ।


ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”


ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?


ଆଉ ସେ ଯିରୂଶାଲମ ସହରରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା।


ଆପଣା ପ୍ରିୟତମଙ୍କ ଉପରେ ଆଉଜିପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।


ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।


ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ‘ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର,’ ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।


ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ।


ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ?


ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ?


ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।


ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ‘ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।’


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।


ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୁଦା ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,


ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍‍, ଯେଉଁମାନେ ସେହି କାଳରେ ଅନେକ ବର୍ଷ ଯାଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍‍ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି?


ଓବଦୀୟଙ୍କ ଦର୍ଶନ। ପ୍ରଭୁ, ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, “ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ।”


ପୁଣି, ହେ ତୈମନ୍‍, ଏଷୌର ପର୍ବତରୁ ହତ୍ୟା ଦ୍ୱାରା ଯେପରି ପ୍ରତ୍ୟେକ ଜଣ ଉଚ୍ଛିନ୍ନ ହେବେ, ଏହି ଅଭିପ୍ରାୟରେ ତୁମ୍ଭର ବୀରଗଣ ଉଦ୍‍ବିଗ୍ନ ହେବେ।


ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ‘ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ?’” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।


ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ରାଜତ୍ୱ କଲା।


ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।


ଯେତେବେଳେ ବେଲାଙ୍କ ମୃତ୍ୟୁୁ ହେଲା, ଆଉ ବେଲାଙ୍କ ମୃତ୍ୟୁୁ ହୁଅନ୍ତେ ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ତାଙ୍କର ପଦରେ ରାଜ୍ୟ କଲେ।


ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;


ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନସକଳ ପଦାର୍ଥ ଶ୍ରବଣ କରୁ।


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


ସେ ଛେଚା-ନଳ ଭାଙ୍ଗିବେ ନାହିଁ ଓ ସଧୂମ ବଳିତା ଲିଭାଇବେ ନାହିଁ; ସେ ସତ୍ୟତାରେ ନ୍ୟାୟବିଚାର ଆଣିବେ।


କରୀୟୋଥ୍‍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଚାରଦଣ୍ଡ ଉପସ୍ଥିତ ହୋଇଅଛି।


Swiv nou:

Piblisite


Piblisite