Biblia Todo Logo
Bib sou entènèt

- Piblisite -




ଯିଶାଇୟ 63:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେତେବେଳେ ସେମାନେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ ,

Gade chapit la Kopi

ଓଡିଆ ବାଇବେଲ

11 ସେତେବେଳେ ସେମାନେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, “ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି ? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,

Gade chapit la Kopi

ପବିତ୍ର ବାଇବଲ

11 ସେତେବେଳେ ସେ ପ୍ରାଚୀନ କାଳ ଓ ମୋଶା ଓ ନିଜର ଲୋକମାନଙ୍କୁ ସ୍ମରଣ କଲେ, ସେ ନିଜର ମେଷପାଳକମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ ଓ ସେ ଯିଏ କି ସେମାନଙ୍କ ମଧ୍ୟରେ ନିଜର ପବିତ୍ରଆତ୍ମାକୁ ସ୍ଥାପନ କଲେ, ସେ କାହାନ୍ତି?

Gade chapit la Kopi




ଯିଶାଇୟ 63:11
34 Referans Kwoze  

ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।


କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ।


ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।


ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।


ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।


ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”


ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍‍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,


ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି,’ ଏହା ସେମାନେ କହିଲେ ନାହିଁ।


ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍‍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋʼ ପ୍ରତି ନିବୃତ୍ତ ହୋଇଅଛି।


ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।


ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।


ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।


ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।


ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;


ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।


ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।


ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।


ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।


ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;


ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।


ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।


ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;


ଏଥିରେ ଗିଦିୟୋନ୍‍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।


ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।


ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।


Swiv nou:

Piblisite


Piblisite