Biblia Todo Logo
Bib sou entènèt

- Piblisite -




ଯିଶାଇୟ 65:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।

Gade chapit la Kopi

ଓଡିଆ ବାଇବେଲ

25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ,” ସଦାପ୍ରଭୁ ଏହା କହନ୍ତି।

Gade chapit la Kopi

ପବିତ୍ର ବାଇବଲ

25 ଗଧିଆ ଓ ମେଣ୍ଢାଛୁଆ ଏକତ୍ର ରହିବେ, ସିଂହ ଗୋରୁପଲ ପରି ନଡ଼ା ଖାଇବ। ପୁଣି ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତରେ କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ।” ସଦାପ୍ରଭୁ ଏହା କୁହନ୍ତି।

Gade chapit la Kopi




ଯିଶାଇୟ 65:25
23 Referans Kwoze  

ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।


ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି।


ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,


ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।


ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ।


ପୁଣି, ସେମାନେ ଯଦି ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ।


ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,


ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;


ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।


ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।


କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।


ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।


ପୁଣି, ସଦାପ୍ରଭୁ କହନ୍ତି, ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।


ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମକାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।


Swiv nou:

Piblisite


Piblisite