Biblia Todo Logo
Bib sou entènèt

- Piblisite -




ଯିଶାଇୟ 65:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ କବର ସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ କବର-ସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;

Gade chapit la Kopi

ଓଡିଆ ବାଇବେଲ

4 ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;

Gade chapit la Kopi

ପବିତ୍ର ବାଇବଲ

4 ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁମ୍ଫା ମଧ୍ୟରେ ରାତ୍ରି ଯାପନ କରନ୍ତି। ସେମାନେ ଶୂକର ମାଂସ ଭକ୍ଷ୍ୟଣ କରନ୍ତି ଓ ସେମାନଙ୍କ ପାତ୍ରରେ ଦୂଷିତ ମାଂସ ଝୋଳ ଥାଏ।

Gade chapit la Kopi




ଯିଶାଇୟ 65:4
16 Referans Kwoze  

ସଦାପ୍ରଭୁ କହନ୍ତି, ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍‍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ।


ପୁଣି, ଶୂକର, ଯେହେତୁ ସେ ବିଭକ୍ତ-ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।


ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;


ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି-ସ୍ଥାନରେ ରହୁଥିଲା।


ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରିପାରୁ ନ ଥିଲେ।


ସେତେବେଳେ ମୁଁ କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋʼ ମୁଖରେ ପ୍ରବେଶ କରି ନାହିଁ!”


କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।


ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରିପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।


ପୁଣି ଶୂକର, ଯେହେତୁ ସେ ବିଭକ୍ତ ଖୁରାବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ଅଟେ; ତୁମ୍ଭେମାନେ ସେମାନଙ୍କ ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କ ଶବ ସ୍ପର୍ଶ କରିବ ନାହିଁ।


ତୁମ୍ଭେ କୌଣସି ଘୃଣାଯୋଗ୍ୟ ଦ୍ରବ୍ୟ ଭୋଜନ କରିବ ନାହିଁ।


ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।


ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।”


ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।


ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ।


Swiv nou:

Piblisite


Piblisite