Biblia Todo Logo
Bib sou entènèt

- Piblisite -




ଯିଶାଇୟ 65:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ୱଳାଇଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ଵଳାଇ ଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପିତୃପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।

Gade chapit la Kopi

ଓଡିଆ ବାଇବେଲ

7 ସଦାପ୍ରଭୁ କହନ୍ତି, “ପର୍ବତଗଣ ଉପରେ ଧୂପ ଜ୍ୱଳାଇ ଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”

Gade chapit la Kopi

ପବିତ୍ର ବାଇବଲ

7 ସଦାପ୍ରଭୁ କୁହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ପାପ ପାଇଁ ଓ ତୁମ୍ଭମାନଙ୍କ ପିତୃପୁରୁଷଙ୍କ ପାପ ପାଇଁ ଉଭୟଙ୍କୁ ପ୍ରତିଫଳ ଦେବା।” କାରଣ “ସେମାନେ ପର୍ବତଗୁଡ଼ିକ ଉପରେ ଧୂପ ଜଳାଇଛନ୍ତି ଓ ଉପପର୍ବତଗୁଡ଼ିକ ଉପରେ ଆମ୍ଭର ନିନ୍ଦା କରିଛନ୍ତି। ଏଣୁ ସେମାନଙ୍କ କାର୍ଯ୍ୟର ମାନ କଳନା କରି ପ୍ରତିଫଳ ସେମାନଙ୍କ କୋଳରେ ଦେବା।”

Gade chapit la Kopi




ଯିଶାଇୟ 65:7
39 Referans Kwoze  

ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେହି ସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।


ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।


କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।


ହେ ସଦାପ୍ରଭୁ, ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର, ଆମ୍ଭମାନଙ୍କ ରାଜାଗଣର, ଆମ୍ଭମାନଙ୍କ ଅଧିପତିଗଣର ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅଟେ, କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ;


ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?”


ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?


ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; “ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, “ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ,” ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।


ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।


ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।


ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।


ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।


ଯିହୋଶାଫଟ୍‍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।


ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।


ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ।


ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।


ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।


ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।


ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।


କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।


ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।


ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।”


ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।


ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।”


ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।


ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।


ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।”


ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”


ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।


ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।


ପୁଣି, ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।


ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।


ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”


Swiv nou:

Piblisite


Piblisite