Biblia Todo Logo
Bib sou entènèt

- Piblisite -




ଯିଶାଇୟ 66:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ-ସ୍ଥାନ ହେବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁ ଏହି କଥା କହନ୍ତି, ସ୍ଵର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ ସ୍ଥାନ ହେବ?

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ ସ୍ଥାନ ହେବ ?

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ଏହିକଥା କୁହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭେମାନେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରି ପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହେବ?

Gade chapit la Kopi




ଯିଶାଇୟ 66:1
20 Referans Kwoze  

ଯେଉଁ ଈଶ୍ବର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିର-ସମୂହରେ ବାସ କରନ୍ତି ନାହିଁ,


ମାତ୍ର, ପରମେଶ୍ୱର କʼଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?


ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।


ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରେ।


ମାତ୍ର ପରମେଶ୍ୱର କʼଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କʼଣ ପାରିବ?


ତହୁଁ ଦାଉଦ ରାଜା ଆପଣା ପାଦରେ ଠିଆ ହୋଇ କହିଲେ, “ହେ ମୋହର ଭ୍ରାତୃଗଣ, ମୋହର ଲୋକମାନେ, ମୋହର କଥା ଶୁଣ; ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପାଦପୀଠ ନିମନ୍ତେ ଏକ ବିଶ୍ରାମର ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା ଓ ମୁଁ ନିର୍ମାଣାର୍ଥେ ଆୟୋଜନ କରିଥିଲି।


ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।


“ତୁମ୍ଭେମାନେ କଅଣ ଏହି ସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”


କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।


ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି।


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?


ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ୱର ମହାନ ଅଟନ୍ତି।


ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।


Swiv nou:

Piblisite


Piblisite