Biblia Todo Logo
Bib sou entènèt

- Piblisite -




ଯିଶାଇୟ 66:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ଵର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ କକ୍ଷରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।

Gade chapit la Kopi

ଓଡିଆ ବାଇବେଲ

12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।

Gade chapit la Kopi

ପବିତ୍ର ବାଇବଲ

12 ସଦାପ୍ରଭୁ ଏହା କହନ୍ତି, “ଏହା ଶାନ୍ତି ରୂପେ ତା'ର ଜଳପୂର୍ଣ୍ଣ ଝରଣା ଆଡ଼କୁ ବହିବ। ଜାତିଗଣର ଧନ ସମ୍ପତ୍ତି ଗୋଟିଏ ପରିପୂର୍ଣ୍ଣ ଝରଣା ସଦୃଶ, ତୁମ୍ଭେ ସେବକ ହେବ ଏବଂ ଗୋଟିଏ ଅଣ୍ଟାରେ ବହନ ହେବ।

Gade chapit la Kopi




ଯିଶାଇୟ 66:12
19 Referans Kwoze  

ତୁମ୍ଭେ ଅନ୍ୟଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।


ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;


ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”


ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।”


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।


କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।


ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦ-ନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।


ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।


ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତ ପରି ଶତ୍ରୁ ମାଡ଼ି ଆସିବ।


ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।


ଏହି ଗୃହର ପୂର୍ବକାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।’”


ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।


Swiv nou:

Piblisite


Piblisite