Biblia Todo Logo
Bib sou entènèt

- Piblisite -




ଯିଶାଇୟ 66:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍‍ ଓ ଲୁଦ୍‍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍‍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍, ପୁଲ ଓ ଲୂଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ଵୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍‍, ପୂଲ୍‍ ଓ ଲୁଦ୍‍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍‍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।”

Gade chapit la Kopi

ପବିତ୍ର ବାଇବଲ

19 ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।

Gade chapit la Kopi




ଯିଶାଇୟ 66:19
48 Referans Kwoze  

ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।


ଯେପରି ଲେଖାଅଛି, “ଯେଉଁମାନେ ତାହାଙ୍କ ସମ୍ବାଦ ପାଇ ନାହାନ୍ତି, ସେମାନେ ଦେଖିବେ, ଆଉ ଯେଉଁମାନେ ଶୁଣି ନାହାନ୍ତି, ସେମାନେ ବୁଝିବେ।”


ପାରସ୍ୟ, ଲୁଦ୍‍ ଓ ପୂଟ୍‍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।


ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।


ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।


ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ୱାର ମଧ୍ୟଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।


ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।


ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,


ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।


ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,


କୂଶ ଓ ପୂଟ୍‍ ଓ ଲୁଦ୍‍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍‍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।


ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।


ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, “ଆମ୍ଭକୁ ଦେଖ, ଆମ୍ଭକୁ ଦେଖ” ବୋଲି ଆମ୍ଭେ କହିଲୁ।


ସେ ପୃଥିବୀରେ ନ୍ୟାୟବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।


ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।


ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ଓ ତୀରସ୍‍, ଏମାନେ ଯେଫତ୍‍ର ସନ୍ତାନ।


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।


ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।


“ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍‍ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;


ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।


ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍‍ ଦେଶରୁ ଆସିବେ।”


ହେ ଦ୍ୱୀପସମୂହ, ମୋʼ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;


ଆମ୍ଭେ ଉତ୍ତର ଦିଗକୁ କହିବା, ‘ଛାଡ଼ିଦିଅ’ ଓ ଦକ୍ଷିଣ ଦିଗକୁ କହିବା, ‘ଅଟକାଇ ରଖ ନାହିଁ;’ ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;


ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”


ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦ-ନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ।


ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।


ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ।


ମିସର ଲୁଦୀୟ, ଅନାମୀୟ, ଲହାବୀୟ, ନପ୍ତୂହୀୟ,


ଆଉ, ଯବନର ସନ୍ତାନ ଇଲୀଶା, ତର୍ଶୀଶ, କିତ୍ତୀମ ଓ ରୋଦାନିମ୍‍ ଥିଲେ।


ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ


ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।


ପରମେଶ୍ୱର ଯେଫତ୍‍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।”


ଶେମର ଏହିସବୁ ସନ୍ତାନ, ଏଲମ୍‍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍‍ ଓ ଅରାମ।


ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।


ସେମାନେ ସଦାପ୍ରଭୁଙ୍କୁ ଗୌରବ ଦେଉନ୍ତୁ ଓ ଦ୍ୱୀପସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା ପ୍ରଚାର କରନ୍ତୁ।


ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।


ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍‍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।


ସେହି ସ୍ଥାନରେ ମେଶକ୍‍, ତୁବଲ୍‍ ଓ ତାହାର ସମସ୍ତ ଜନସମାଜ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ।


ପୁଣି, ଆମ୍ଭେ ମାଗୋଗ୍‍ର ଉପରେ ଓ ଦ୍ୱୀପସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ।


ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ।


Swiv nou:

Piblisite


Piblisite