Biblia Todo Logo
Bib sou entènèt

- Piblisite -




ଯିଶାଇୟ 66:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

21 “ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

21 ଆଉ ମଧ୍ୟ ସଦାପ୍ରଭୁ କୁହନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ପାଇଁ ଲୋକ ଗ୍ରହଣ କରିବୁ।”

Gade chapit la Kopi




ଯିଶାଇୟ 66:21
10 Referans Kwoze  

କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ।”


ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ବର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍‍।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।


ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।


ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।”


ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।”


କାରଣ ଯାଜକତ୍ୱ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ।


Swiv nou:

Piblisite


Piblisite