Biblia Todo Logo
Bib sou entènèt

- Piblisite -




ଯିଶାଇୟ 66:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।

Gade chapit la Kopi

ଓଡିଆ ବାଇବେଲ

24 “ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”

Gade chapit la Kopi

ପବିତ୍ର ବାଇବଲ

24 “ପୁଣି ସେମାନେ ବାହାରେ ଯାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସେମାନଙ୍କର କୀଟ ମରିବ ନାହିଁ କିମ୍ବା ସେମାନଙ୍କର ଅଗ୍ନି ନିର୍ବାପିତ ହେବ ନାହିଁ। ଆଉ ମଧ୍ୟ ସେମାନେ ସମସ୍ତେ ମର୍ତ୍ତ୍ୟର ଘୃଣାର ପାତ୍ର ହେବେ।”

Gade chapit la Kopi




ଯିଶାଇୟ 66:24
24 Referans Kwoze  

ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।


ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ପରିଷ୍କାର କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”


ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ।


କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।


ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତକାଳ ତାହାର ମଧ୍ୟଦେଇ କେହି ଗମନ କରିବ ନାହିଁ।


ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;


ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।


ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।


ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।


ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।


ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।


ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ।


କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”


ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”


Swiv nou:

Piblisite


Piblisite