Biblia Todo Logo
Bib sou entènèt

- Piblisite -




ଯିଶାଇୟ 8:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ଵରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ପାଶ ଓ ଫାନ୍ଦ ସ୍ଵରୂପ ହେବେ।

Gade chapit la Kopi

ଓଡିଆ ବାଇବେଲ

14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।

Gade chapit la Kopi

ପବିତ୍ର ବାଇବଲ

14 ଯଦି ତୁମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ ଏବଂ ଭକ୍ତି କରିବ ଏବଂ ପବିତ୍ରରେ ତାଙ୍କୁ ଗ୍ରହଣ କର, ତେବେ ସେ ତୁମ୍ଭର ଏକମାତ୍ର ଆଶ୍ରୟ ସ୍ଥାନ ହେବେ। କିନ୍ତୁ ତୁମ୍ଭେ ତାଙ୍କ ପ୍ରତି ସମ୍ମାନ ପ୍ରଦର୍ଶକ ନୁହଁ। ତେଣୁ ସେ ପଥର ସଦୃଶ ଯାହା ଜଣେ ଝୁଣ୍ଟିପଡ଼େ, ଯିରୁଶାଲମ ଲୋକମାନଙ୍କ ପାଇଁ ଗୋଟିଏ ଯନ୍ତା ଓ ଫାଶ।

Gade chapit la Kopi




ଯିଶାଇୟ 8:14
24 Referans Kwoze  

ପୁଣି, “ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା;” ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।


ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣ-ପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।


ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,


ଏହେତୁ ତୁମ୍ଭେ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା।’


ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।


ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ।


ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।


ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।”


ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପକ୍ଷଣ ଆପଣାକୁ ଲୁଚାଅ।


“ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାହାକୁ ପ୍ରତିଦାନ କରାଯିବ?”


କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ।


ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ।


ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।”


ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା]


କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।


କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।


ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ଡି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ଡି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ।


ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।’”


ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।


ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍‍ଗଲ୍‍ରୁ ଯାତ୍ରା କଲେ।


Swiv nou:

Piblisite


Piblisite