Biblia Todo Logo
Bib sou entènèt

- Piblisite -




ଯିଶାଇୟ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହା ଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

2 ସେହି ଲୋକମାନେ ଅନ୍ଧକାରରେ ଚଲାବୁଲା କରୁଥିଲେ, ମାତ୍ର ସେମାନେ ଏକ ମହାନ ଆଲୋକ ଦେଖିଛନ୍ତି। ସେମାନେ ମୃତ୍ୟୁରୂପକ ଅନ୍ଧକାର ମଧ୍ୟରେ ବାସ କରୁଥିଲେ, ମାତ୍ର ସେହି “ଉଜ୍ଜ୍ୱଳ ଆଲୋକ’ ସେମାନଙ୍କୁ ଦୀପ୍ତିମୟ କରିଛି।

Gade chapit la Kopi




ଯିଶାଇୟ 9:2
22 Referans Kwoze  

ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।”


କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,


ଯେ କେହି ମୋʼ ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।


ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”


ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବ ସ୍ୱରୂପ ହେବେ।


କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ,


ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।


ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।


ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।


ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ଅନ୍ଧକାର ହୋଇ ରହିବ ନାହିଁ। ପୂର୍ବକାଳରେ ସେ ସବୂଲୂନ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ।


ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର। ସଦାପ୍ରଭୁ ତାହାଙ୍କର ନାମ।


ମୋତେ ଛାଡ଼ିଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ୱନା ପାଇବି;


‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’


ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।


Swiv nou:

Piblisite


Piblisite