Biblia Todo Logo
Bib sou entènèt

- Piblisite -




ଯିଶାଇୟ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ମିଦୀୟନର ଦିନରେ ଯେପରି, ସେପରି ତୁମ୍ଭେ ତାହାର ଭାର ସ୍ଵରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ତ ଭାଙ୍ଗି ପକାଇଅଛ।

Gade chapit la Kopi

ଓଡିଆ ବାଇବେଲ

4 କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।

Gade chapit la Kopi

ପବିତ୍ର ବାଇବଲ

4 ଏପରି କାହିଁକି ହେବ, କାରଣ ତୁମ୍ଭେ ସେମାନଙ୍କର ଶକ୍ତ ଭାର ବହନ କରିବ। ସେମାନଙ୍କର ସ୍କନ୍ଧସ୍ଥିତ ଯୁଆଳି ଓ ବାହୁଙ୍ଗି ଯାହାକୁ ଶତ୍ରୁମାନେ ତୁମ୍ଭର ଲୋକଙ୍କୁ ଦଣ୍ଡ ଦେବାକୁ ବ୍ୟବହାର କରୁଥିଲେ ତାକୁ ତୁମ୍ଭେ ଦୂର କରିବ। ମିଦିୟନକୁ ପରାଜିତ କଲାଭଳି ଏହା ହେବ।

Gade chapit la Kopi




ଯିଶାଇୟ 9:4
24 Referans Kwoze  

ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।


ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।”


ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଉପଦ୍ରବଠାରୁ ଦୂରରେ ରହିବ, କାରଣ ତୁମ୍ଭେ ଭୀତ ହେବ ନାହିଁ; ପୁଣି ତ୍ରାସଠାରୁ ଦୂରରେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।


ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”


ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।


ତୁମ୍ଭେ ଖଡ୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ଡାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ।”


ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।


କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।


ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ? ଆଉ, ସେ ଉପଦ୍ରବୀର କୋପ କାହିଁ?


ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।


“ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା।


ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ।


ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟ ସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟକାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି।


ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ।


ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ‘ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!’


ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।


Swiv nou:

Piblisite


Piblisite